ଓଡିଶାସ୍ୱାସ୍ଥ୍ୟ

ଦେଶରେ କାରଣ ସଂକ୍ରମଣ କମିଛି : ୪,୯୧୨ଜଣ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଯାହା ୫ ହଜାର ତଳେ ରହିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ୪୫ ହଜାର ତଳକୁ ଚାଲି ଆସିଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନାନୁସାରେ , ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୯୧୨ କରୋନା ନୂତନ ସଂକ୍ରମଣ ଓ ୩୮ ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୯୧୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୬୩,୩୩୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୪୮୭ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୧୯ ଜଣଙ୍କ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୯୦,୪୧୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୪୩୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୦%।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୭,୪୧,୦୪,୭୯୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Related posts

ଆଲୋକ ମହିଳା ସ୍ୱୟଂ ସଂହାୟକ ଗୋଷ୍ଠୀଙ୍କୁ ତାଲିମ ଦେବାକୁ ଦାବି

mahabharatanews

ସ୍କୁଲ ଯିବ ଜଗା

mahabharatanews

ଓଡ଼ିଶାରେ ହାତୀଙ୍କ ପାଠଶାଳା 

mahabharatanews