ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ କମିଛି : ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଯାହା ୨ ଶହ ତଳେ ରହିଛି। ଗତକାଲି ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪ ଜଣ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୮, ବରଗଡ଼ରୁ ୨, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୧୧ ଜଣ, ବଦବଗଡ଼ରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୩, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୨୪, କୋରାପୁଟରୁ ୧, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୨, ନୟାଗଡ଼ ଜିଲ୍ଲାରୁ ୯ ଜଣ, ନୟାଗଡ଼ରୁ ୧୩, ନୂଆପଡ଼ାରୁ ୩, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୯ ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ବିପୁଳ ଦେଶୀ ମହୁଲ ମଦ ସହ ଦୁଇ ବାଇକ ଜବତ

mahabharatanews

ଆସନ୍ତା କାଲି ଇଡକୋର କଳଙ୍କିତ ନାୟକଙ୍କ ନିଷ୍କଳଙ୍କ ଅବସର!

mahabharatanews

କୋଭିଡ ପରିଚାଳନାରେ ରାଜ୍ୟ ସରକାରଙ୍କ ଭୂମିକା ପ୍ରଶଂସନୀୟ: ରାଜ୍ୟପାଳ

mahabharatanews