ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢିଛି : ୨୦୮ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ପୁଣି ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢିଛି। ଯାହା ୨ ଶହ ଉପରେ ରହିଛି। ଗତକାଲି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଛନ୍ତି।


ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୪, ବରଗଡ଼ରୁ ୩, ଭଦ୍ରକରୁ ୨, ବଲାଙ୍ଗୀରରୁ ୮, କଟକରୁ ୨୭ ଜଣ, ଦେବଗଡ଼ରୁ ୧, ଗଜପତିରୁ ୬, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୨ ଜଣ, କଳାହାଣ୍ଡିରୁ ୪, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୨୬, କୋରାପୁଟରୁ ୧, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ାରୁ ୬, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୫ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ୍ ଉପଲବ୍ଧ ହେବ: ମୁଖ୍ୟମନ୍ତ୍ରୀ

mahabharatanews

ରେଳ ଦୁର୍ଘଟଣା : ସାମ୍ନାକୁ ଆସିଲା ସାଙ୍ଘାତିକ ସତ

mahabharatanews

ଦୁର୍ନୀତିଗ୍ରସ୍ଥ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ, ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

mahabharatanews