ଭାରତସ୍ୱାସ୍ଥ୍ୟ

ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ ; ୪,୨୭୨ ଜଣ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଯାହା ବର୍ତ୍ତମାନ ୪ ହଜାର ଟପିଯାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪୧ ହଜାର ତଳେ ଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ ରୁ ଜଣାପଡ଼ିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟଙ୍କ ସୂଚନାନୁସାରେ , ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୭୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୭୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୮୩,୩୬୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୬୧୧ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୧୬ ଜଣଙ୍କ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୧୩,୯୯୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୨% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୫୦ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୯%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୮,୧୭,୯୪,୭୪୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Related posts

ଜାମ୍ମୁ କାଶ୍ମୀର ସଂଶୋଧନ ବିଲ୍ ପାରିତ

mahabharatanews

ଅଗଷ୍ଟ ୨୬ରେ ସରୁଛି ସିଜେଆଇ ଏନଭି ରମନ୍ନାଙ୍କ କାର୍ଯ୍ୟକାଳ

mahabharatanews

ଭାରତକୁ ରିହାତି ମୂଲ୍ୟରେ ଅଶୋଧିତ ତୈଳ ଯୋଗାଇବ ଋଷିଆ !

mahabharatanews