ଭାରତ

ଦେଶରେ କରୋନା ସଂକ୍ରମଣ ହ୍ରାସ ; ୩,୯୪୭ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଯାହା ବର୍ତ୍ତମାନ ୪ ହଜାର ତଳେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪୦ ହଜାର ତଳେ ଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନାନୁସାରେ , ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୪୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୯୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୮୭,୩୦୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୬୨୯ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୯ ଜଣଙ୍କ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୧୯,୦୯୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୩% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୫୮୩ ଥିବା ରେକର୍ଡ କରାଯାଇଛି।

Related posts

୧୪ ଲକ୍ଷ ଦୀପରେ ପ୍ରଭୁ ରାମଚନ୍ଦ୍ର 

mahabharatanews

ଆଜି ଆକାଶରେ ଦିଶିବ ସୁପରମୁନ, ଖାଲି ଆଖିରେ ଦେଖାଯିବ ମହାଜାଗତିକ ଦୃଶ୍ୟ

mahabharatanews

ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ମୁଖ୍ୟମନ୍ତ୍ରୀ କିମ୍ବା ରାଜ୍ୟପାଳ

mahabharatanews