ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ କମିଛି : ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି । ଯାହା ୨ ଶହ ତଳେ ରହିଛି। ଗତକାଲି ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।


ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୧୪, ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୧, କଟକରୁ ୧୭ ଜଣ, ଦେବଗଡ଼ରୁ ୧, ଗଜପତିରୁ ୪, ଗଞ୍ଜାମରୁ ୧, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୨୪, କୋରାପୁଟରୁ ୧, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ପୁରୀରୁ ୨୨ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

Related posts

୨୪ରୁ ପୁଣି ମେଘୁଆ ପାଗ 

mahabharatanews

ରାଜ୍ୟରେ 18 ମାସରେ ମହିଳାଙ୍କ ବିରୁଦ୍ଧରେ ଘଟିଥିବା ହିଂସା ଜନିତ ମାମଲା 48 ହଜାର 789

mahabharatanews

‘ଲକ୍ଷଣ ଦେଖାଗଲେ ପରୀକ୍ଷା କରନ୍ତୁ’: ଜନ ସ୍ୱାସ୍ଥ୍ୟ ନିର୍ଦେଶକ

mahabharatanews