ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ; ୮୨ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢିଛି । ଯାହା ବର୍ତ୍ତମାନ ଶହେ ତଳେ ରହିଛି। ଗତକାଲି ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।


ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବରଗଡ଼ରୁ ୩, ଭଦ୍ରକରୁ ୧, କଟକରୁ ୧୦ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଗଞ୍ଜାମରୁ ୩, ଯାଜପୁରରୁ ୩, କଳାହାଣ୍ଡିରୁ ୨, କେନ୍ଦୁଝରରୁ ୩ , ଖୋର୍ଦ୍ଧା ଜିଲ୍ଲାରୁ ୧୩, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨, ନୂଆପଡ଼ାରୁ ୩, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟପୁଲରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ଇଭିଏମ୍ ଖରାପ ଯୋଗୁଁ ମତଦାନ କେନ୍ଦ୍ରରେ ପ୍ରବଳ ଭିଡ଼

mahabharatanews

କ୍ୱାରେଣ୍ଟାଇନ ସେଣ୍ଟର ଅନ୍ତେବାସୀଙ୍କ ରାସ୍ତାରୋକ

mahabharatanews

ରାଉରକେଲା-ଭୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ଼

mahabharatanews