ଓଡିଶାରାଜନୀତି

ବିଜେଡିରୁ ବିଦା ହେଲେ ରାଜେନ୍ଦ୍ର

ଧାମନଗର: ଧାମନଗରରେ ସ୍ୱାଧୀନ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିବା ରାଜେନ୍ଦ୍ର ଦାସଙ୍କ ଲାଗି ମହଙ୍ଗା ପଡିଛି । ବିଜେଡି ତାଙ୍କ ବିରୋଧରେ ନେଇଛି କାର୍ଯ୍ୟାନୁଷ୍ଠାନ । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବିଦା ହୋଇଛନ୍ତି ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ଉପନିର୍ବାଚନରେ ରାଜେନ୍ଦ୍ର ହୋଇଛନ୍ତି ସ୍ବାଧୀନ ପ୍ରାର୍ଥୀ ।

ଯାହା ସମ୍ଭାବନା ଥିଲା ତାହା ହୋଇଛି । ରାଜେନ୍ଦ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଜେଡି । ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜେନ୍ଦ୍ରଙ୍କୁ ଦଳରୁ ବହିଷ୍କାର କରିଛି ବିଜେଡି । ଏ ନେଇ ଆଜି ଦଳର ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜଙ୍କ ପକ୍ଷରୁ ବିଜ୍ଞପ୍ତି ଜାରୀ କରାଯାଇଛି । ଧାମନଗର ଉପନିର୍ବାଚନ ନେଇ ବିଜେଡି ଅବନ୍ତି ଦାସଙ୍କୁ ପ୍ରାର୍ଥୀ କରିଛି । ଏହାକୁ ବିରୋଧ କରି ରାଜେନ୍ଦ୍ର ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନରେ ଅବତୀର୍ଣ୍ଣ ହୋଇଛନ୍ତି ।

Related posts

କଡା ସୁରକ୍ଷା ବଳୟ ଭିତରେ ସମ୍ବଲପୁର 

mahabharatanews

ଆଳୁ ଗୋଦାମ କର୍ମଚାରୀଙ୍କୁ ଆକ୍ରମଣ କରି ୯ ଲକ୍ଷ ଲୁଟ୍‌

mahabharatanews

ବିଶ୍ଵ ହିନ୍ଦୁ ପରିଷଦର ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ ଡାକରା

mahabharatanews