ଓଡିଶା

ଦୁଇଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ଭୁବନେଶ୍ୱର: ଆଜି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଦୁଇଦିନିଆ ଓଡିଶା ଗସ୍ତରେ ଆସିଛନ୍ତି । ରାଷ୍ଟ୍ରପତି ଭୁବନେଶ୍ୱରରେ ୧୦.୫୧ରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି । ବିମାନ ବନ୍ଦରରେ ତାଙ୍କୁ ଗାର୍ଡ ଅଫ୍ ଅର୍ନର ଦିଆଯିବ । ଭାରତର ସବୋର୍ଚ୍ଚ ପଦ ରାଷ୍ଟପ୍ରତି ପଦରେ ବସିବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ । ତେବେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ସର୍ବପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ।ପୁରୀକୁ ବିମାନ ଯୋଗେ ଯାଇ ତାଳବଣିଆରେ ଓହ୍ଲାଇବା ପରେ ସେଠୁ ସଡ଼କପଥରେ ଶ୍ରୀମନ୍ଦିରକୁ ଯିବେ ରାଷ୍ଟ୍ରପତି। ମଧ୍ୟାହ୍ନରେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ୱାର ନିକଟରେ ତାଙ୍କୁ ସ୍ୱାଗତ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଏହାସହ ରାଷ୍ଟ୍ରପତିଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ।

ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କର ପ୍ରାୟ ୧ ଘଣ୍ଟାର ଦର୍ଶନ କାର୍ୟ୍ୟକ୍ରମ ରହିଛି। ଏହାପରେ ରାଜଭବନକୁ ଯାଇ ସେ ମହାପ୍ରସାଦ ସେବନ କରିବେ। ପୁରୀରୁ ଅପରାହ୍ଣରେ ଭୁବନେଶ୍ୱର ଫେରି ରାଜଧାନୀର ୮ଟି ସ୍ଥାନରେ ସ୍ୱାଧୀନତା ସଂଗ୍ରାମୀ ଓ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଦ୍ରୌପଦୀ ମୁର୍ମୁ। ରାଜଭବନରେ ତାଙ୍କର ରାତ୍ରିଯାପନ ବ୍ୟବସ୍ଥା ହୋଇଛି। ଗସ୍ତର ଦ୍ୱିତୀୟ ଦିନରେ ସ୍କୁଲ ପରିଦର୍ଶନ ପରେ ଦିନ ୧୧ଟାରେ ଶେଷ କାର୍ୟ୍ୟକ୍ରମ ଜୟଦେବ ଭବନରେ ରହିଥିବାର ସୂଚନା ରହିଛି ।

Related posts

ରାସ୍ତାରେ ଗଡୁଛି ପନିପରିବା

mahabharatanews

ତତଲା ଡାଲି ପଡି ସେବାୟତ ଗୁରୁତର 

mahabharatanews

ଅସହାୟ ବ୍ୟକ୍ତିଙ୍କୁ ଉଦ୍ଧାର, ନୀଳାଦ୍ରୀ ନୀଳୟରେ ଥଇଥାନ

mahabharatanews