Accidentଓଡିଶା

ଦୁର୍ଘଟଣାରେ ଏଲଆସିର ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥର ଦରଖଳା ଘାଟି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଭାରତୀୟ ଜୀବନ ବୀମା ନିଗମ (ଏଲ୍.ଆଇ.ସି)ର ଜଣେ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ନାଁ ନାରାୟଣ ଚନ୍ଦ୍ର ମଲ୍ଲିକ। ସେ କେନ୍ଦୁଝର ଜିଲ୍ଲା ଭାରତୀୟ ଜୀବନ ବୀମା ନିଗମ କାର୍ୟ୍ୟାଳୟର ବ୍ରାଞ୍ଚ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ। ଆଜି ସକାଳେ ନାରାୟଣ ଏକ ମିଟିଂରେ ଯୋଗ ଦେବାକୁ କେନ୍ଦୁଝରରୁ କାର୍ ଯୋଗେ ଆନନ୍ଦପୁର ଅଭିମୁଖେ ଆସୁଥିଲେ। ଦରଖଳା ଘାଟି ନିକଟରେ ତାଙ୍କ କାର୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ସ୍ଥାନୀୟ ଲୋକ ଓ ପୁଲିସ ଆମ୍ବୁଲାନ୍ସ ସାହାର୍ଯ୍ୟରେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ।

Related posts

ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ

mahabharatanews

mahabharatanews

କଲବଲ କରୁଛି ଥଣ୍ଡା

mahabharatanews