ଭାରତ

ଫେବୃଆରୀ ୧ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ

ନୂଆଦିଲ୍ଲୀ: ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ | ଜାନୁଆରୀ ୩୧ରୁ ଏପ୍ରିଲ ୬ ପର୍ଯ୍ୟନ୍ତ ବଜେଟ ଅଧିବେଶନ ଚାଲିବା ସମ୍ଭାବନା ରହିଛି। ଫେବୃଆରୀ ୧ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ। ଏହି ଅଧିବେଶନ ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ | ସଂସଦର ଉଭୟ ଗୃହକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ |

ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନରେ ନିଜର ଅଭିଭାଷଣ ରଖିବେ । ଏଥିସହ ଲୋକସଭାରେ ୨୦୨୨-୨୩ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହାର ଦିନକ ପରେ ଅର୍ଥାତ୍ ଫେବ୍ରୁଆରୀ ୧ରେ ଅର୍ଥମନ୍ତ୍ରୀ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିବେ ବୋଲି ଜଣାପଡ଼ିଛି।

Related posts

ବଢୁଛି ବାଘ ମୃତ୍ୟୁ ସଂଖ୍ୟା : ଲଗାତାର ଗଲାଣି ୩ ଜୀବନ

mahabharatanews

ଆଜିଠୁ ଆରମ୍ଭ ରାମ ଲାଲାଙ୍କ ସାଧାରଣ ଦର୍ଶନ

mahabharatanews

ଜେଲ୍ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

mahabharatanews