Uncategorized

ଦେଶରେ ୨୮୮ ନୂଆ କରୋନା ସଂକ୍ରମଣ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଆଜି ଦେଶରେ ୨୮୦ରୁ ଅଧିକ ହୋଇ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨.୫ ହଜାରରୁ ସାମାନ୍ୟ ଅଧିକ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। ସୂଚନା ଅନୁଶାରେ ଆଜି ସକାଳ ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୮୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୮୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୯,୫୪୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୬,୩୩୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୦୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୨,୮୦,୨୧୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Related posts

ଲଦାଖରେ ୪.୫ ତୀବ୍ରତାର ଭୂକମ୍ପନ 

mahabharatanews

ବ୍ରଜପାତରେ ୧୬ ବର୍ଷର ବାଳକର ମୃତ୍ୟୁ

mahabharatanews

କରୋନା ଭୂତାଣୁ ସମ୍ପର୍କରେ ତଥ୍ୟ ଲୁଚାଇଥିଲା ଚୀନ ସରକାର

mahabharatanews