ଓଡିଶାରାଜନୀତି

ବିଜେପି ଛାଡି BRSରେ ଯୋଗଦେବେ କି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ?

ଭୁବନେଶ୍ୱର : ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦଶେଖର ରାଓଙ୍କୁ ଭେଟିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗାମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ । ୨୦୨୪ ନିର୍ବାଚନ ପୂର୍ବରୁ ଅଚାନକ ଏହି ଭେଟ୍‌ଘାଟ ହୋଇଥିବାରୁ ଏହା ସାଧାରଣ ଭେଟ ନୁହେଁ ବୋଲି କୁହାଯାଉଛି । ଏନେଇ ରାଜନୈତିକ ମହଲରେ ଢ଼େର ଚର୍ଚ୍ଚା ଆରମ୍ଭ ହୋଇଯାଇଛି ।

ବିଜେପି ଛାଡ଼ି ଉଭୟ ବିଆର୍‌ଏସ୍‌ରେ ଯୋଗ ଦେବା ନେଇ କଲ୍ପନା ଜଳ୍ପନା ଆରମ୍ଭ ହୋଇଛି । ଏ ନେଇ ଗିରିଧରଙ୍କ ପୁଅ ଶିଶିର ଗମାଙ୍ଗ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, କେ. ଚନ୍ଦ୍ରଶେଖର ରାଓଙ୍କ ଦଳ ଭାରତୀୟ ରାଷ୍ଟ୍ର ସମିତିରେ ଯୋଗ ଦେବାକୁ ତାଙ୍କୁ ଅଫର ଦିଆଯାଇଛି ।

ଓଡିଶାରେ ବିଆର୍‌ଏସ୍‌କୁ ଲିଡ୍ କରିବାକୁ କୁହାଯାଇଛି ବୋଲି ଶିଶିର ଗମାଙ୍ଗ ସୂଚନା ଦେଇଛନ୍ତି । ଏବେ ଉଭୟ ବାପା ଓ ପୁଅ ବିଜେପିରେ ଅଛନ୍ତି । ତେବେ ତେଲୁଗୁ ଭୋଟର ଦକ୍ଷିଣ ଓଡ଼ିଶାରେ ଥିବାରୁ ବିଆରଏସ ସେଥିପ୍ରତି ଫୋକସ ରଖିଛି । ତେବେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ବୋଲି ତେଲଙ୍ଗାନା ସିଏମ୍ଓ ପକ୍ଷରୁ ଟ୍ୱିଟ୍ କରାଯାଇଛି ।

Related posts

ଭୁବନେଶ୍ୱରରୁ ୧୨ ନୁଆ କରୋନା ପଜିଟିଭ ଚିହ୍ନଟ

mahabharatanews

ଦଉଡି ଦେଇ ଯୁବତୀଙ୍କ ଆତ୍ମହତ୍ୟା

mahabharatanews

ରାଜଭବନ ଉଦ୍ୟାନକୁ ଉପଭୋଗ କରୁଛନ୍ତି ରାଜଧାନୀବାସୀ 

mahabharatanews