ଅପରାଧଭାରତ

ଫେରାର ଅଭିଯୁକ୍ତ ଗୁଡ୍ଡୁ ମୁସଲିମର ଲାଷ୍ଟ ଲୋକେସନ୍ ଓଡ଼ିଶାର ପୁରୀ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟରରୁ ରାଜନେତା ବନି ଗୁଳି ମାଡ଼ରେ ନିହତ ହୋଇଥିବା ଅତିକ ଅହମଦଙ୍କର ଘନିଷ୍ଠ ସହଯୋଗୀ ତଥା ଉତ୍ତର ପ୍ରଦେଶର କୁଖ୍ୟାତ ଅପରାଧୀ ଗୁଡୁ ମୁସଲିମ ଓଡ଼ିଶାର ପୁରୀରେ ଲୁଚିଥିଲା। ଅତିଙ୍କ ପୁଅ ଅସଦ ଓ ସହଯୋଗୀ ଗୁଲାମର ଏନକାଉଣ୍ଟର ପରେ ଅଣ୍ଡରଗ୍ରାଉଣ୍ଡ ହୋଇ ଯାଇଥିବା ଗୁଡୁ ମୁସଲିମର ଶେଷ ଠିକଣା ପୁରୀରେ ଥିଲା। ଏସଟିଏଫ ଟିମ୍ ଗୁଡ୍ଡୁ ମୁସଲିମକୁ ଧରିବାକୁ ବିଭିନ୍ନ ସ୍ଥାନରେ ରେଡ୍ କରୁଛି। ଶେଷ ଲୋକେସନ୍ ଓଡ଼ିଶା ଦେଖାଇବା ପରେ ପୁରୀରେ ଏସଟିଏଫ୍ ଟିମ୍ ପହଞ୍ଚିଥିଲା । ତେବେ ସେତେବେଳକୁ ପୁରୀରୁ ଫେରାର ହୋଇଯାଇଥିଲା ଗୁଡ୍ଡୁ । ତା ନାଁରେ ୫ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଛି । ଗୁଡ୍ଡୁ ସହ ସଂପର୍କରେ ଥିବା ପୁରୁଣା ଅପରାଧୀ ଓ ବାହୁବଳୀଙ୍କ ନେଟଓ୍ବର୍କ ଖୋଜୁଛି ଏସଟିଏଫ୍ । ଲକ୍ଷ୍ନୌର ଜଣେ ବିତ୍ତଶାଳୀ ବ୍ୟକ୍ତି ଓ ଦୁଇ ଜଣ ନେତା ଗୁଡ୍ଡୁ ସହ ସିଧାସଳଖ ସଂପର୍କରେ ଥିବା ଜଣାପଡିଛି । ଓଡ଼ିଶା ପୂର୍ବରୁ କର୍ଣ୍ଣାଟକରେ ଗୁଡ୍ଡୁର ଲୋକେସନ୍ ମିଳିଥିଲା । ଉମେଶ ପାଲ ହତ୍ୟା ପରେ ଗୁଡ୍ଡୁ ଝାନସୀରେ ୫ଦିନ ରହିଥିଲା । ପରେ ମିରଟରେ ଅତିକର ଭଉଣୀ ଆୟଶା ନୁରୀ ଘରେ ଗୁଡ୍ଡୁକୁ ଦେଖିବାକୁ ମିଳିଥିଲା । ଏହାପରଠୁ ଗୁଡ୍ଡୁର ସୁରାକ ମିଳୁନଥିଲା। ପରେ କର୍ଣ୍ଣାଟକ ଓ ଓଡ଼ିଶାରେ ଗୁଡ୍ଡୁର ଲୋକେସନ୍ ଟ୍ରେସ ହୋଇଛି ।

Related posts

ମାଆକୁ ହତ୍ୟା କଲା ପୁଅ

mahabharatanews

ଆଉ ୫ଦିନ ଖୋଲିବ ଅମୃତ ଉଦ୍ୟାନ

mahabharatanews

mahabharatanews