ଓଡିଶା

ରଥଯାତ୍ରା : ଆଉ ମାତ୍ର ୨୮ ଦିନ 

(ପୁରୀ) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ଅଳ୍ପ ଦିନ। ଭକ୍ତ ନିଜର ଧର୍ଯ୍ୟ  ହରେଇ ବସିଲାଣି ଚକାନୟନକୁ ଦେଖିବାକୁ । ଏଥି ପ୍ରସ୍ତୁତି ଜୋରସୋରରେ ଚାଲିଛି । ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ  ଶେଷରେ ପହଞ୍ଚିଛି।  ଶେଷ ହୋଇଛି ତିନିରଥର ଚକ ଏବଂ ଅଖ ନିର୍ମାଣ କାର୍ଯ୍ୟ ।

ସୂଚନାନୁଯାୟୀ , ତାଳଧ୍ୱଜ ରଥର ମୋଟ୍ ୧୪ ଗୋଟି ଚକ ଏବଂ ୭ଗୋଟି ଅଖର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ୧୪ ନାହାକା ନିର୍ମାଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୮ଟି ୨୦ ଫୁଟିଆ ଧଉରା ଫାଳି କାଠ ରଥ ଆମୀନ ଭୋଇ ସେବକଙ୍କ ମାଧ୍ୟମରେ ଯୋଗାଇ ଥିଲେ । ଦୁଇଟି ଆଠ କୋଣି ୧୪ନାହାକାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଆଉ ୬ ଟିର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

Related posts

ପୋଲ ତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

mahabharatanews

ବନକଲାଗି ନୀତି : ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

mahabharatanews

ଜିତୁଙ୍କ ‘ବଲ୍ଲେ ବଲ୍ଲେ ଢ଼ାବା’ରେ ଲାଗିଲା ଲଟକା

mahabharatanews