ଓଡିଶା

୨୮ରେ ଯୁକ୍ତ୨ ପରୀକ୍ଷା ଫଳ

ଆଗାମୀ ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ  ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ମେ’ ୩୦ କିମ୍ବା ୩୧ତାରିଖରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ତେଣେ ଜୁନ ୮ ସୁଦ୍ଧା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଛି।

 

 

Related posts

କୋଟିପତି ବାବୁଙ୍କ ଗୋଦାମରେ ଚଢାଉ

mahabharatanews

ନାରାୟଣ କଲୋନୀ କୁଷ୍ଠାଶ୍ରମରେ ଜିଲ୍ଲା ରେଡକ୍ରସ ତରଫରୁ ପନିପରିବା ବଣ୍ଟନ

mahabharatanews

ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

mahabharatanews