ଓଡିଶା

ଗତ ୨୪ ଘଣ୍ଟାରେ ଦେଶରୁ ୪୨୫ କରୋନା ସଂକ୍ରମିତ ଚିହ୍ନଟ

(ଦିଲ୍ଲୀ) : ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା  ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରୁ ୪୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୬,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁଯାୟୀ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୮,୮୫୧ରେ ପହଞ୍ଚିଛି। ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୨,୨୨୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

Related posts

ଫେସବୁକ ରୋମିଓକୁ ଜୋତା ପାହାର

mahabharatanews

ମୁଖ୍ୟମନ୍ତ୍ରୀ; ବସ୍ତି ମୁକ୍ତ ହେବ ରାଜ୍ୟ

mahabharatanews

ମହାପ୍ରଭୁଙ୍କୁ ସମର୍ପି ଦେଲେ ୭୫ ଲକ୍ଷ ଟଙ୍କାର ସ୍ୱର୍ଣ୍ଣ ଅଳଙ୍କାର 

mahabharatanews