ଓଡିଶା

ଝଡ଼ବର୍ଷା : ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି। ତେବେ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଜୁନ୍‌ ୩ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ସୂଚନାନୁଯାୟୀ , ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପ୍ରଭୃତିି ୧୪ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବହିବାର ସମ୍ଭାବନା ମଧ୍ୟ ରହିଛି।

 

 

Related posts

ଗାତରୁ ପୂର୍ବତନ ସରପଞ୍ଚଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

mahabharatanews

ମହାନଦୀକୁ ଗାଧେଇବାକୁ ଯାଇ ଯୁବକଙ୍କ ମୃତ୍ୟୁ

mahabharatanews

ପ୍ରସନ୍ନ ଆଚାର୍ଯ୍ୟ ନେଲେ ନିର୍ବାଚନ ମଣ୍ଡଳୀରେ ପରିଚାଳନା ଦାୟିତ୍ଵ

mahabharatanews