ଓଡିଶା

ବାହାନଗାରେ ପ୍ରଧାନମନ୍ତ୍ରୀ ମୋଦୀ

(ବାଲେଶ୍ଵର) : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ନଆସି ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲ୍ଲା କଲାଇକୁଣ୍ଡା ଏୟାର‌ ଫୋର୍ସ ଷ୍ଟେସନ୍‌ରେ ପହଞ୍ଚିଥିଲେ। ସେଠାରୁ ସେ ଏକ ବାୟୁସେନାର ହେଲିକପ୍ଟର ଯୋଗେ ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳକୁ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଟ୍ରେନ୍‌ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଡାକ୍ତରଖାନାରେ ଆହତଙ୍କୁ ଭେଟିବେ।

ସୂଚନାନୁଯାୟୀ , ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ପୂର୍ବାହ୍‌ଣରେ ଟ୍ରେନ୍‌ ଦୁର୍ଘଟଣା ନେଇ ସମୀକ୍ଷା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକ‌ରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ରେଳବାଇର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

 

Related posts

ବିଜେଡିରେ ମହା ବିପର୍ଯ୍ୟୟ, ବିଜେପିରେ ମିଶିଲେ ପ୍ରଭାତ ବିଶ୍ୱାଳ

mahabharatanews

୨ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା , ୱାର୍ଣ୍ଣିଂ ଜାରି

mahabharatanews

୨୪ ଘଣ୍ଟାରେ ବାହାରିଲେ ଆଉ ୨୭୫୨

mahabharatanews