ଭାରତ

ଟ୍ରେନ ଦୁର୍ଘଟଣା : ଘଟଣାସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

(ବାଲେଶ୍ଵର) : ଏହି ଦୁର୍ଘଟଣା ସମସ୍ତଙ୍କର ଛାତି ଥରାଇ ଦେଇଛି  ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହେଲିକପ୍ଟର ଯୋଗେ ବାହାନଗାର ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଥିଲେ। ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକ, ଆହତ ଓ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।

ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ରାଜ୍ୟର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଏହାଛଡ଼ା ପ୍ରତ୍ୟେକ ଆହତଙ୍କ ପାଇଁ  ୧ ଲକ୍ଷ ଟଙ୍କା ଏବଂ ରାଜ୍ୟର ପୀଡ଼ିତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି।

 

 

Related posts

ଉତ୍ତରାଖଣ୍ଡ ହଲଦ୍ୱାନୀରେ ବେଆଇନ ନିର୍ମାଣ ହଟାଅ ଅଭିଯାନ ସମୟରେ ଦଙ୍ଗା

mahabharatanews

ନାନସୀ ପେଲୋସିଙ୍କ ଗସ୍ତକୁ ନେଇ ଚିନ ଆମେରିକା ମଧ୍ୟରେ ତିକ୍ତତା

mahabharatanews

ଖରାପ ପଦର୍ଶନ ପାଇଁ ହୋଇପାରେ ନେତୃତ୍ୱ ବଦଳି ।

mahabharatanews