ଓଡିଶା

 ଆରମ୍ଭ ହେଲା ପୁରୀରୁ ହାଓଡ଼ା ସ୍ବତନ୍ତ୍ର ଟ୍ରେନ୍

(ବାହାନଗା) :ରମ୍ଭ ହେଲା ପୁରୀରୁ ହାଓଡ଼ା ସ୍ବତନ୍ତ୍ର ଟ୍ରେନ୍‌ । ବାହାନଗା ଟ୍ରେନ୍‌ ଦୁର୍ଘଟଣା ପାଇଁ ହାଓଡା-ଚେନ୍ନାଇ ମୁଖ୍ୟ ରେଳପଥର ଭଦ୍ରକ-ଖଡ଼ଗପୁର ରେଳପଥ ପ୍ରଭାବିତ ହୋଇଛି। ଏଣୁ ଅନେକ ଲୋକ ପୁରୀରେ ଫସି ରହିଛନ୍ତି ସେମାନଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ପୂର୍ବତଟ ରେଳବାଇ ପକ୍ଷରୁ ପୁରୀରୁ ହାଓଡ଼ା ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ବ୍ୟବସ୍ଥା ଆରମ୍ଭ ହୋଇଛି। ଏହି ରୁଟ୍‌ରେ ତିନିଟି ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ ବୋଲି ରେଳବାଇ ସୂଚନା ଦେଇଛି।

ସୂଚନାନୁଯାୟୀ ,  ବାଲେଶ୍ବରଠାରୁ ୨୨ କିମି ଦୂର ବାହାନଗା ରେଳ ଷ୍ଟେସନ୍‌ଠାରେ ଘଟିଥିବା ଭୟାନକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଘଟଣାସ୍ଥଳରେ ମୃତକଙ୍କ ପରିବାର ପହଂଚିଛନ୍ତି  । ଯେଉଁମାନେ ମୃତକଙ୍କୁ ଚିହ୍ନଟ କରୁଛନ୍ତି, ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି। ସ୍ଥାନୀୟ ସୂତ୍ର ଅନୁସାରେ ମୃତକଙ୍କ ସଂଖ୍ୟା ଏଯାବତ୍ ୨୬୮ ଟପି ଯାଇଥିବା ଜଣାପଡ଼ିଛି।

Related posts

ଡିସେମ୍ବର ୪ ତାରିଖରେ ପୁରୀ ବେଳାଭୂମି ଠାରେ ନୌସେନା ଦିବସ ବା ନାଭି ଡେ ପାଳିତ ହେବ;ଡ୍ରୋନ ଉଡାଇବା ଉପରେ କଟକଣା,

mahabharatanews

ଆଜି ବିଜେଡି ସୁପ୍ରିମୋଙ୍କ ପ୍ରଚାରରେ କମ୍ପିବ ମୟୂରଭଞ୍ଜ

mahabharatanews

ଦୁର୍ଘଟଣାଜନିତ ମୃତ୍ୟୁ ପାଇଁ ସମ୍ବାଦପତ୍ର ହକରଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା

mahabharatanews