ଓଡିଶା

ଦ୍ଵିତୀୟ ଦିନରେ ପ୍ରଭୁ ଶ୍ରୀଅଲାରନାଥଙ୍କ ଦର୍ଶନ,ପ୍ରବଳ ଭିଡ଼

(ଭୁବନେଶ୍ୱର) : କାଲିଠୁ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀଅଲାରନାଥଙ୍କ ଦର୍ଶନ । ଏଥିପାଇଁ ମଧ୍ୟ ପ୍ରବଳ ଭିଡ଼ ହେବ।ଏଣୁ ଏଠାକୁ ଭକ୍ତମାନଙ୍କର ଶୃଙ୍ଖଳିତ ତଥା ନିରାପଦ ଯାତ୍ରାକୁ ନିଶ୍ଚିତ କରିବା ପାଇଁ କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସ୍ୱତନ୍ତ୍ର ‘ମୋ ବସ୍’ ଚଳାଚଳ ପାଇଁ ଯୋଜନା ହୋଇଛି।

 

ସେପଟେ ଶ୍ରୀଜିଉଙ୍କ ଅଣସର ନୀତି ୧୫ ଦିନ ଧରି ଚାଲିବ। ଏହିସମୟରେ ଶ୍ରୀଜିଉଙ୍କ ବଦଳରେ ପଟଦିଅଁ ପୂଜା ପାଇବେ।ଶ୍ରୀଜଗନ୍ନାଥ ରୂପରେ ଅନନ୍ତ ନାରାୟଣ, ବଡ଼ଠାକୁର ବଳଭଦ୍ରଙ୍କ ରୂପରେ ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରାଙ୍କ ରୂପରେ ଭୁବନେଶ୍ୱରୀ ପୂଜା ପାଇବେ। ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମ, କୃଷ୍ଣ ଓ ନୃସିଂହ ଭଗବାନଙ୍କ ପଟିଦିଅଁ ବି ପୂଜା ପାଇବେ।

 

Related posts

ପଞ୍ଚଭୂତରେ ଲୀନ ହେଲେ ଗୀତା ମେହେଟ୍ଟା

mahabharatanews

ରାଜ୍ୟରେ ସ୍କ୍ରବ୍ ଟାଇଫସ୍‌ ଭୟ; ଟେଷ୍ଟିଂ କିଟ ମହଜୁଦ ରଖିବାକୁ ନିର୍ଦେଶ

mahabharatanews

ଅପହରଣ ପରେ ହତ୍ୟା , ଜଣଙ୍କୁ ଗିରଫ କରିଛି ପୋଲିସ

mahabharatanews