ଓଡିଶା

ଏମ୍ସ ହସ୍ପିଟାଲରେ ଆରମ୍ଭ ହେଲା ଡିଏନଏ ଟେଷ୍ଟିଂ ପ୍ରକ୍ରିୟା

(ଭୁବନେଶ୍ୱର) :  ଏମ୍ସ ହସ୍ପିଟାଲରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା । ମୃତଦେହ ଚିହ୍ନଟ ପାଇଁ ଡିଏନଏ ନମୁନା ଦେଇଛନ୍ତି ୧୦ରୁ ଅଧିକ ପରିବାର।  ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର। ସେ କହିଛନ୍ତି, ରିପୋର୍ଟ ଆସିବା ପରେ ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ପୂର୍ବରୁ ସମସ୍ତ ମୃତଦେହରୁ ନମୁନା ସଂଗ୍ରହ କରାଯାଇଛି । ମୃତଦେହଗୁଡିକ କଣ୍ଟେନରରେ ସଂରକ୍ଷିତ ହୋଇ ରହିଛି  । ବର୍ତମାନ ସୁଦ୍ଧା ୬୪ଟି ମୃତଦେହ ସେମାନଙ୍କ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ୫୯ଟି ମୃତଦେହ ହସ୍ତାନ୍ତର ପାଇଁ ରହିଛି।

ସୂଚନାନୁଯାୟୀ ,ବାଲେଶ୍ବରଠାରୁ ୨୨ କିମି ଦୂର ବାହାନଗା ରେଳ ଷ୍ଟେସନ୍‌ଠାରେ ଘଟିଥିବା ଭୟାନକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଘଟଣାସ୍ଥଳରେ ମୃତକଙ୍କ ପରିବାର ପହଂଚିଛନ୍ତି ।  ଯେଉଁମାନେ ମୃତକଙ୍କୁ ଚିହ୍ନଟ କରୁଛନ୍ତି, ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି। ସ୍ଥାନୀୟ ସୂତ୍ର ଅନୁସାରେ ମୃତକଙ୍କ ସଂଖ୍ୟା ଏଯାବତ୍ ୨୭୮  ଟପି ଯାଇଥିବା ଜଣାପଡ଼ିଛି।

Related posts

ମାଟ୍ରିକ ପରୀକ୍ଷା ଦେଲେ ସୋରଡା ବିଧାୟକ

mahabharatanews

ମଧ୍ୟାହ୍ନ ଭୋଜନରେ ନିମ୍ନମାନର ଖାଦ୍ୟ ଦେଇ ଅର୍ଥ ହଡପ ଅଭିଯୋଗ

mahabharatanews

ଏପ୍ରିଲ-ଜୁନ ମାସ ଫି ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଘରୋଇ ଶିକ୍ଷାନୁଷ୍ଠାନକୁ ଅପିଲ

mahabharatanews