ଓଡିଶା

ଝଡ଼ବର୍ଷା: ୧୩ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଦିନ ସମୟରେ ଆକାଶରୁ ନିଆଁ ବର୍ଷୁଥିବା ବେଳେ ସନ୍ଧ୍ୟା ବେଳକୁ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତ ସମସ୍ତଙ୍କୁ ଅଶ୍ଵସ୍ତି ପ୍ରଦାନ କରୁଛି । ତେବେ ଏହାରି  ମଧ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୦ ତାରିଖ ଶନିବାର ଅପରାହ୍ନ ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସୂଚନାନୁଯାୟୀ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Related posts

ସ୍କ୍ରବ୍ ଟାଇଫସ ଆତଙ୍କ; ସୁନ୍ଦରଗଡ଼ରୁ ପୁଣି ୭ ଚିହ୍ନଟ

mahabharatanews

ଆତଙ୍କୀ ଗ୍ରେନେଡ ମାଡ: ୫ ଆହତ

mahabharatanews

ଆସନ୍ତା ୩ଦିନ ଅସମ୍ଭାଳ ଗୁଳୁଗୁଳି ସହ ଖରା 

mahabharatanews