ଓଡିଶା

ନବମ ଦିନରେ ପ୍ରଭୁ ଶ୍ରୀଅଲାରନାଥଙ୍କ ଦର୍ଶନ

(ବ୍ରହ୍ମଗିରି) : ଅଷ୍ଟମୀ ଦିନରେ ପହଂଚିଛି ପ୍ରଭୁ ଶ୍ରୀଅଲାରନାଥଙ୍କ ଦର୍ଶନ । ଏଥିପାଇଁ ମଧ୍ୟ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ସହଜ, ଶାନ୍ତିପୂର୍ଣ୍ଣ ତଥା ଶୃଙ୍ଖଳିତ ଦର୍ଶନ ପ୍ରସଂଗରେ ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ସେପଟେ ଶ୍ରୀଜିଉଙ୍କ ଅଣସର ନୀତି ଆଉ ୭ ଦିନ ଧରି ଚାଲିବ। ଏହିସମୟରେ ଶ୍ରୀଜିଉଙ୍କ ବଦଳରେ ପଟଦିଅଁ ପୂଜା ପାଇବେ। ଶ୍ରୀଜଗନ୍ନାଥ ରୂପରେ ଅନନ୍ତ ନାରାୟଣ, ବଡ଼ଠାକୁର ବଳଭଦ୍ରଙ୍କ ରୂପରେ ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରାଙ୍କ ରୂପରେ ଭୁବନେଶ୍ୱରୀ ପୂଜା ପାଇବେ। ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମ, କୃଷ୍ଣ ଓ ନୃସିଂହ ଭଗବାନଙ୍କ ପଟିଦିଅଁ  ପୂଜା ପାଉଛନ୍ତି ।

ସୂଚନାନୁଯାୟୀ,   ଏଣୁ ଏଠାକୁ ଭକ୍ତମାନଙ୍କର ଶୃଙ୍ଖଳିତ ତଥା ନିରାପଦ ଯାତ୍ରାକୁ ନିଶ୍ଚିତ କରିବା ପାଇଁ କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସ୍ୱତନ୍ତ୍ର ‘ମୋ ବସ୍’ ଗଡୁଛି । ଯାତ୍ରୀଙ୍କ ସୁବିଧା ନିମନ୍ତେ ସମସ୍ତ ପ୍ରକାର ବ୍ୟବସ୍ଥା ହୋଇଛି ବୋଲି ସୂଚନା ମିଳିଛି  ।

 

Related posts

ଆଜି ରାଜ୍ୟରେ ୧୪୮୪ ନୂଆ କରୋନା ସଂକ୍ରମିତ ଚିହ୍ନଟ

mahabharatanews

ଦେଶରେ ଜନତା କର୍ଫ୍ୟୁ ଲାଗିଥିବାରୁ କଳାହାଣ୍ଡି ଜିଲ୍ଲାରେ ସମ୍ପୂର୍ଣ୍ଣ ପ୍ରଭାବ

mahabharatanews

ଦୋକାନ ଘରେ ପଶିଗଲା ଡମ୍ପର, ଅଳ୍ପକେ ବର୍ତ୍ତିଲା ଲୋକଙ୍କ ଜୀବନ

mahabharatanews