ଓଡିଶା

କାଳବୈଶାଖୀ : ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର):ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତିରେ ସିଝିବେତେବେ, ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଅସହ୍ୟ ତାତିରୁ କିଛିଟା ଆଶ୍ୱସ୍ତି ପ୍ରଦାନ କରିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।

ସୂଚନାନୁଯାୟୀ,ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୬ ତାରିଖ ଶୁକ୍ରବାର ଅପରାହ୍ନ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୦ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷାକିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

 

 

 

 

 

 

Related posts

୫୭ ନମ୍ବର ଜାତୀୟ ରାଜପଥରେ ବସ-ଟ୍ରକ ମୁହାଁମୁହିଁ ଧକ୍କା: ୧୦ ଆହତ

mahabharatanews

ନୟାଗଡ଼ ASPଙ୍କ ବଦଳି ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି

mahabharatanews

ଅଙ୍ଗାରବନ୍ଧ ମହିମା ଧାମରେ ୧୬୩ତମ ମାଘ ମେଳା ଓ ଆନ୍ତର୍ଜାତୀୟ ମହିମା ମହୋତ୍ସବ ଉଦଯାପିତ

mahabharatanews