ଓଡିଶା

କାଳବୈଶାଖୀ ପ୍ରଭାବ : ୨୦ ଜିଲ୍ଲାରେ  ସତର୍କ ସୂଚନା ଜାରି 

(ଭୁବନେଶ୍ୱର) :  ୨୦ ତାରିଖ ତଥା ଆଜି ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି ।

ସୂଚନାନୁଯାୟୀ , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୦ ତାରିଖ ଅପରାହ୍ନ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କେରାପୁଟ ଓ ମାଲକାନଗିରି ପ୍ରଭୃତି ୨୦ଟି ଜିଲ୍ଲାରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Related posts

କ୍ରୀଡା ବିକାଶ ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ

mahabharatanews

ପିଏମ୍ ସ୍ୱନିଧି ଯୋଜନାର ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ସରକାର

mahabharatanews

ବାଲୁକା କଳାରେ “ଭୋଟ୍ ଫର୍ ୟୋର ଫ୍ୟୁଚର” 

mahabharatanews