(ପୁରୀ) : ଆରମ୍ଭ ହେଲା ରଥଟଣା । ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ ରଥ । ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ, ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର । ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଏ । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି ।
ସୂଚନାନୁଯାୟୀ , ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଠାରୁ ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଳମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି । ସେହିପରି ହୋଳହୁଳି ହରିବୋଲରେ ପ୍ରକମ୍ପିତ ହୋଇ ଉଠୁଛି ବଡ଼ ଦାଣ୍ତ । । ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ତେବେ ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସରିଛି।
