ଓଡିଶା

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା : ୬ ଜିଲ୍ଲାରେ ୟେଲୋୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ରାଜ୍ୟରେ ଏବେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷା ଆରମ୍ଭ ହୋଇଯାଇଛି। ଉପକୂଳ ଓଡ଼ିଶା ସମେତ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ କିଛି ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ କୋରାପୁଟ ପ୍ରଭୃତି ୬ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯିବା

ସୂଚନାନୁଯାୟୀ ,ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ତାରିଖ ଗୁରୁବାର ଅପରାହ୍ନ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ପ୍ରଭୃତି ୧୭ ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ ରହିଛି।

 

Related posts

ଅସମ୍ଭାଳ ହୀରାକୁଦ ପାଣି : ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୪୦ ହଜାର ୫୭୫ 

mahabharatanews

ଝଡ଼ବର୍ଷାରେ ଭିଜିବ ୧୩ ଜିଲ୍ଲା  

mahabharatanews

ଦେବଗଡ଼ ଜିଲ୍ଲା ବାରକୋଟ ବିଦ୍ୟୁତ୍ ବିଭାଗର ମକଡ୍ରିଲ

mahabharatanews