ଓଡିଶା

ଦୁଇ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

(ଭୁବନେଶ୍ୱର) :ଦିନେ ଦୁଇ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ତା’ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌-ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି।  ଏହାବ୍ୟତୀତ ଝାରସୁଗୁଡ଼ା, ମାଲକାନଗିରି, ଫୁଲବାଣୀ, ନୟାଗଡ଼, ଗଜପତି, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ , ଦକ୍ଷିଣ ଓଡ଼ିଶାର ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ ସମେତ ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପଶ୍ଚିମ ଓ ଅଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। ୨୩ ତାରିଖ ସୁଦ୍ଧା ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବା ସହ ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ କଟକ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ୨୪ ତାରିଖରେ ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, ବୌଦ୍ଧରେ ପ୍ରବଳରୁ ଅତିପ୍ରବଳ ଏବଂ କଳାହାଣ୍ଡି, ନବରଙ୍ଗପୁର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ କୋରାପୁଟ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି। ଆଜି ଦିନରେ ସମ୍ବଲପୁରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୨.୬ ଡିଗ୍ରି ରେକର୍ଡ ହୋଇଛି। ହୀରାକୁଦରେ ୪୧.୭, ଝାରସୁଗୁଡ଼ାରେ ୪୧.୨, ବରଗଡ଼ରେ ୪୦.୫, ବଲାଙ୍ଗୀରରେ ୪୦ ଡିଗ୍ରି ରହିଥିଲା।

Related posts

ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ପିଲା ପଢିବେ ନୂଆ ବହି…

mahabharatanews

ଦୁର୍ଗା ପୁଜା ଭସାଣୀରେ ହେବନାହିଁ ଶୋଭାଯାତ୍ରା  

mahabharatanews

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ ପରେ ଏଥର ପେଟ୍ରୋଲ ପମ୍ପରେ ଲିମିଟ୍‌ରେ ମିଳିବ ତେଲ ।

mahabharatanews