ଓଡିଶା

ପ୍ରବଳ ବର୍ଷା ସମ୍ଭାବନା : ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

(ଓଡିଶା) : ମୌସୁମୀ ଏବଂ ଲଘୁଚାପ ଫଳରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଗତକାଲି ଦିନ ତମାମ ବର୍ଷା ଲାଗି ରହିଥିବା ବେଳେ ଆଉ କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ନିକଟ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ଏବେ ସକ୍ରିୟ ରହିଛି । ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୂଚନାନୁଯାୟୀ ,  ରାଜ୍ୟରେ ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।  ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ଝାରସୁଗୁଡା, ବରଗଡ, ନୂଆପଡ଼ା, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି ଏବଂ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

Related posts

ଓଡିଶାରେ ପୁଣି ୧୦ଟି ମେଡିକାଲ କଲେଜ ନିର୍ମାଣ ହେବ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

mahabharatanews

ପୁରୀ ରେ ଆସି ପହଂଚିଛି ରଥ ନିର୍ମାଣ ପାଇଁ କାଠ

mahabharatanews

ନିଜ ଉଦ୍ଭାବନକୁ ନେଇ ଚିନ୍ତାରେ ମାର୍ଟିନ୍ କୁପର

mahabharatanews