ଭାରତ

ଦିଗପହଣ୍ଡି ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

(ଦିଲ୍ଲୀ) :  ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି,

ସୂଚନାନୁଯାୟୀ  , ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୭ ଜଣ ରହିଥିବା ସୂଚନା ମିଳିଛି। ଏଥିସହିତ ଦୁଇ ବସ୍‌ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଜଣେ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପ୍ରାଥମିକ ଅବସ୍ଥାରେ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ସୂଚନା ଆସିଥିବା ବେଳେ ପରେ ଏହା ୧୨କୁ ବୃଦ୍ଧି ପାଇଛି  ।

Related posts

ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

mahabharatanews

୬ରେ ପଶ୍ଚିମବଙ୍ଗ ଯିବେ ମୋଦୀ 

mahabharatanews

ଗାନ୍ଧି ପରିବାରରେ ବାଜିବ ବିବାହ ଶାହାନାଇ

mahabharatanews