ଓଡିଶା

ଆସନ୍ତାକାଲି ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

(ଭୁବନେଶ୍ୱର) : ଏକାମ୍ର ପ୍ରକଳ୍ପ ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଭୂମି ପୂଜନ। ତେବେ ଏହି ପୂଜା ୩ଦିନ ଧରି ଚାଲିବ । ଆସନ୍ତା କାଲି ଅର୍ଥାତ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିବେ । ଆସନ୍ତାକାଲି ଯଜ୍ଞରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଯୋଗଦେବେ ।

ସୂଚନାନୁଯାୟୀ , ପ୍ରକଳ୍ପ ଭୂମି ପୂଜନ ପାଇଁ ଆଲୋକମାଳାରେ ସଜ୍ଜିତ ହୋଇଛି ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ ମନ୍ଦିର, ମୁକ୍ତେଶ୍ବର ଓ ଅନ୍ୟାନ୍ୟ ମନ୍ଦିର ।  ସନ୍ଧ୍ୟାରେ ଅଙ୍କୁର ରୋପଣ ପରେ ରାତି ୧୧ଟାରେ ମଣ୍ଡଳକରଣ । ମଙ୍ଗଳବାର ଭୋର୍ ୪ଟାରୁ ଜଳାଧିବାସ, ୬ଟା ୩୦ରେ ମନ୍ଦିର ଓ ଯଜ୍ଞବେଦୀ ପ୍ରଦକ୍ଷିଣ କରାଯିବ ।  ଜୁନ୍ ୨୭ ଓ ୨୮ରେ ହରିହରନ, ଅନନ୍ତ ସୁବ୍ରମଣି, ଅଭିଲିପସା ପଣ୍ଡା, ଆନନ୍ଦ ନନ୍ଦ, ନୀଳାଦ୍ରି କୁମାରଙ୍କ ପରି ଦେଶର ନାମୀଦାମୀ କଳାକାର ସନ୍ଧ୍ୟା ୫ଟା ୩୦ରୁ ରାତି ୧୦ଟା ଯାଏ ଭଜନ ପରିବେଷଣ କରିବେ । କାର୍ଯ୍ୟକ୍ରମ ପାଇଁ ଏକାମ୍ରବାସୀଙ୍କ ସହଯୋଗରେ ପ୍ରଶାସନ ପକ୍ଷରୁ ଲିଙ୍ଗରାଜ ନଗରୀକୁ ପ୍ଲାଷ୍ଟିକମୁକ୍ତ କରାଯାଇଛି ।

Related posts

କାଳବୈଶାଖୀ ସମ୍ଭାବନା : ୧୭ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews

ଚନ୍ଦନ କାଠ ଚୋରି ଘଟଣାରେ ୪ଗିରଫ

mahabharatanews

ପୁଲୱାମା ସହିଦ ସ୍ମୃତି ଦିବସ ପାଳିତ

mahabharatanews