ଓଡିଶା

ଆଜି ସୁନାବେଶ : ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ

(ପୁରୀ) : ଆଜି ମହାପ୍ରଭୁଙ୍କ ସୁନାବେଶ । ରଥ ଉପରେ ମହଣ ମହଣ ସୁନାରେ ସଜେଇ ହୋବେ ଚତୁର୍ଦ୍ଧାମୂର୍ତ୍ତି । ସୁନାରେ ସଜେଇ ହୋଇ ପଥ ଉପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ପରେ ସୁନାବେଶ ଆରମ୍ଭ ହେବ । ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଭଳି ସୁନାବେଶ ଦର୍ଶନ ପାଇଁ ମଧ୍ୟ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ । ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ସଜାଗ ରହିଛି  । ଯେପରି କିଛି ବିଶୃଙ୍ଖଲା ସୃଷ୍ଟି ନ ହୁଏ  ।

ସୂଚନାନୁଯାୟୀ , ବଡ଼ଭାଇ ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି, ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା, ଝୋବାକଣ୍ଠି ଆଦି ପରିଧାନ କରିବେ ।

ମହାପ୍ରଭୁଙ୍କ ସୁନାବେଶ ଭଉଣୀ ସୁଭଦ୍ରା କିରିଟି, ଓଡ଼ିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି, ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିବେ । ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀ ମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ ।

Related posts

ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

mahabharatanews

‘ଅକ୍ଟୋବର ହିଟ୍‌’ ଅନୁଭୂତ,୨୦ ପରେ ଥଣ୍ଡା ପରିବେଶ

mahabharatanews

ଆଖି ବୁଜିଲା ମଣିଷଖିଆ ଭାଲୁ

mahabharatanews