ଓଡିଶା

୩ରୁ ପ୍ରବଳ ବର୍ଷା ସମ୍ଭାବନା ,୧୪ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣଂ ଜାରି

(ଭୁବନେଶ୍ୱର) : ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ହେବା ପରେ ଗତ ଦୁଇ ଦିନ ଧରି ପାଗ ଶୁଖିଲା ରହିଛି । କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହୋଇଛି ।  ଦୁଇ ଦିନ ପରେ ଅର୍ଥାତ ୩ ତାରିଖରୁ ପୁଣି ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।

ସୂଚନାନୁଯାୟୀ , ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୪ ଓ ୫ ତାରିଖ ବେଳକୁ ଉପରୋକ୍ତ ଜିଲ୍ଲା ସମେତ ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର,କଳାହାଣ୍ଡି, ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

Related posts

କୋଭିଡ କେୟାର ସେଣ୍ଟର ଉଦଘାଟିତ

mahabharatanews

ସିଏଏଫ୍‌ ଯବାନଙ୍କ ଗଳାକାଟି ହତ୍ୟା କଲେ ଲାଲ୍‌ ବାହିନୀ

mahabharatanews

ଟ୍ରକ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର

mahabharatanews