ଓଡିଶା

୮ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା 

(ଭୁବନେଶ୍ୱର) : ଆନ୍ଧ୍ର ଉପକୂଳରେ ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ । ଏପରିକି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ଲାଗିରହିଛି ବର୍ଷା । ଆସନ୍ତା ୭  ଓ ୮ ତାରିଖରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୂଚନାନୁଯାୟୀ ,  ଆଜି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ  ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Related posts

ୟୁକୋ ବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀଙ୍କ କାର୍ଯ୍ୟକାରୀ ବୈଠକ

mahabharatanews

ବିବାଦ ଘେରରେ ଭଦ୍ରକ ବରପଦା, ବଢୁଛି ସମସ୍ୟା

mahabharatanews

ଅଖିଳ ଉତ୍କଳ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ ସଂଘ ଗଜପତି ଶାଖାର ଆଗାମୀ ତିନି ବର୍ଷ ପାଇଁ କର୍ମକର୍ତ୍ତା ଚୟନ…

mahabharatanews