(ଭୁବନେଶ୍ୱର) : ଗତ ୨୪ ଘଣ୍ଟା ହେଲା ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ପଶ୍ଚିମ ତଥା କିଛି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି। ଓଡ଼ିଶାରେ ମୌସୁମୀ ବର୍ଷା ଜାରି ରହିଛି।
ସୂଚନାନୁଯାୟୀ , ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଆସନ୍ତାକାଲି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିଭଳି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ମଧ୍ୟ ୮ ତାରିଖ ଦିନ ବର୍ଷା ସମ୍ଭାବନା ରହିଛି।
