ଓଡିଶା

ଆସନ୍ତାକାଲି ଶ୍ରାବଣର ପ୍ରଥମ ସୋମବାର: ମହାଦେବଙ୍କୁ ଜଳ ଅର୍ପଣ କରିବେ ଭକ୍ତ

ଭୁବନେଶ୍ୱର: ଆସନ୍ତାକାଲି ଶ୍ରାବଣର ପ୍ରଥମ ସୋମବାର ।କାଉଡିଆ ମାନେ ମହାଦେବଙ୍କୁ ଜଳ ଅର୍ପଣ କରିବେ । ଚଳିତ ବର୍ଷ ଦୁଇଟି ଶ୍ରାବଣ ଅର୍ଥାତ୍ ଯୋଡ଼ା ଶ୍ରାବଣ ରହିଛି। କିନ୍ତୁ ମହାଦେବଙ୍କଠାରେ ବୋଲବମ୍ ଭକ୍ତମାନେ ୮ ନୁହେଁ ୪ ସୋମବାରରେ ହିଁ ଜଳଲାଗି କରିବେ। ପ୍ରଥମ ଶ୍ରାବଣର ପ୍ରଥମ ସୋମବାର ଜୁଲାଇ ୧୦ ଓ ଦ୍ବିତୀୟ ସୋମବାର ଜୁଲାଇ ୧୭ରେ କାଉଡ଼ିଆମାନେ ଜଳ ଲାଗି କରିବେ। ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା କରିଛନ୍ତି କମିଶନରେଟ ପୋଲିସ । କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, ଅପ୍ରିତିକର ପରିସ୍ଥିତିକୁ ରୋକିବା ଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ରାଜଧାନୀରେ କାଉଡ଼ିଆ ଯିବା ଆସିବା ବାଟରେ ୧୨ ଟି ମୋବାଇଲ ପାଟ୍ରୋଲିଂ ଟିମ, ୧୩ ଟି ପିସିଆର ରହିବ। ଛକ ମାନଙ୍କରେ ଫାଷ୍ଟଏଡ଼ ଓ ମୋବାଇଲ ମେଡ଼ିକାଲ ୟୁନିଟ ରହିବ। ଜଳ ଉଠାଇବା ସ୍ଥାନ ବା ବିଭିନ୍ନ ନଦୀ ପଠାରେ ଓଡ୍ରାଫ ଓ Fire fighting unit ନିୟୋଜିତ ରହିବେ। ସମସ୍ତ ସୁରକ୍ଷାର ତଦାରଖ ପାଇଁ ଅତିରିକ୍ତ ଡିସିପିଙ୍କ ଅଧୀନରେ ପାଞ୍ଚ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ୫ ଜଣ ଏସିପି, ୮ ଜଣ ଇନ୍ସପେକ୍ଟର, ୩୯ ଜଣ ସବ ଇନ୍ସେପେକ୍ଟର ଓ ଏଏସଆଇ ନିୟୋଜିତ ହେବେ। ଏ ନେଇ ଭୁବନେଶ୍ବର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

Related posts

ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

mahabharatanews

କରୋନା ପ୍ରଭାବରେ ଭିତର କନିକା ବନ୍ଦ

mahabharatanews

ସମୁଦ୍ରକୁ ମାଛମାରି ଯିବାକୁ ମନା, ନିୟମ ଉଲ୍ଲଘଂନ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ

mahabharatanews