ଓଡିଶା

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା   

(ଭୁବନେଶ୍ୱର) : ଜୁନରେ ନିଅଣ୍ଟିଆ ବର୍ଷା ହେବାପରେ ଜୁଲାଇରେ କଣ ହେବ ତାହାକୁ ଅପେକ୍ଷା । ଏହିକ୍ରମରେ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ବର୍ଷା ହୋଇଥିବା ବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏହିଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ଓ ୧୭ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ୧୮ ତାରିଖ ଦିନ ବର୍ଷାର ଆଉ କିଛି ଅଧିକ ଜିଲ୍ଲାକୁ ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ୧୬ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୬ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁର ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୭ ତାରିଖରେ ମଧ୍ୟ ଏହି ସବୁ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ୧୮ ତାରିଖ ଦିନ ରାଜ୍ୟରେ ବର୍ଷାର ପ୍ରଭାବ ବଢ଼ିବ। ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କଟକ ଓ ଢେଙ୍କାନାଳର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

Related posts

ନିଳାଚଳ ଇସ୍ପାତ ନିଗମର ଘରୋଇକରଣ ପ୍ରତିବାଦ ଆନ୍ଦୋଳନ

mahabharatanews

ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

mahabharatanews

କଳାକୌଶଳ ଦେଖାଇବେ ବାୟୁସେନାର ଫାଇଟର ଜେଟ୍‌ : ଏୟାର ଶୋ’ ପାଇଁ ଫୁଲ ଡ୍ରେସ ରିହର୍ସାଲ

mahabharatanews