ଓଡିଶା

ସୃଷ୍ଟି ହେଲା ଏକ ଲଘୁଚାପ,୮ଜିଲ୍ଲାରେ ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) : ଜୁନରେ ନିଅଣ୍ଟିଆ ବର୍ଷା ପରେ ଜୁଲାଇରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଜୁଲାଇ ୧୮ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୭ ଜୁଲାଇ, ସୋମବାର ଅପରାହ୍ନ ମଧ୍ୟରେ ପଶ୍ଚିମ ଓଡ଼ିଶାର ୮ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହଥିବା ବେଳେ ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସୂଚନାନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ା ପ୍ରଭୃତି ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରାଯାଇଛି। 

Related posts

ଆଜି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଓଡ଼ିଶା ଗସ୍ତ

mahabharatanews

ସରିଲା ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍

mahabharatanews

୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ସତର୍କତା

mahabharatanews