ଓଡିଶା

ଘୂର୍ଣ୍ଣିବଳୟ ସମ୍ଭାବନା; ରାଜ୍ୟରେ ସତର୍କ ସୂଚନା ଜାରି 

(ଭୁବନେଶ୍ୱର) :  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ରାଜ୍ୟ‌ର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ସତର୍କ ସୂଚନା ଜାରି କରାଯାଇଛି।

ସୂଚନାନୁଯାୟୀ ,   ଗତ ୨୪ ଘଣ୍ଟାରେ ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରବାହ ଯୋଗୁଁ ମୋଟ ୨୭.୩ ମିମି ବର୍ଷା ରେକର୍ଡ ହୋଇଛି।  ସୋମବାର ଦିନ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

 

Related posts

ଅମୀନ ରାଜକିଶୋରଙ୍କ ବିୟୋଗ

mahabharatanews

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ

mahabharatanews

ଗରିବ ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କଲେ ମନ୍ତ୍ରୀ

mahabharatanews