ଓଡିଶା

ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ, ଆସନ୍ତାକାଲିଠୁ ପ୍ରବଳ ବର୍ଷା  

(ଭୁବନେଶ୍ୱର) :  ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ସୋମବାର ପ୍ରବଳ ବର୍ଷା ଲାଗିରହିଛି । ଅନ୍ୟପକ୍ଷରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି। ଏହା ପ୍ରଭାବରେ ୧୯ରୁ ୨୨ ତାରିଖ ଯାଏ ରାଜ୍ୟରେ ବିସ୍ତୃତ ବର୍ଷା ତଥା କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ ,  ମଙ୍ଗଳବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିଭଳି ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଧା, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୦ ତାରିଖ ଦିନ ରାଜ୍ୟରେ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢ଼ିବ। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

Related posts

୩୧ ପର୍ୟ୍ୟନ୍ତ ସବୁ ସରକାରୀ ଅଫିସକୁ ଜନସାଧାରଣଙ୍କୁ ମନା: ଜିଲ୍ଲାପାଳ

mahabharatanews

୫ଟି ସଚିବଙ୍କ ବଲାଙ୍ଗୀରି ଗସ୍ତ

mahabharatanews

ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନ ହେବେ ଜଳଦ ତ୍ରିପାଠୀ

mahabharatanews