ଭାରତ

ମଣିପୁର ଲଜ୍ଜ୍ୟା : ‘କୌଣସି ବି ଅଭିଯୁକ୍ତଙ୍କୁ ଛଡ଼ାଯିବନି ‘

(ମଣିପୁର) : ଦୀର୍ଘ ଦିନ ହେବ ଥମିବାର ନାଁ ନେଉନି ମାନିପିର ହିଂସା ।  ଏହାରି ମଧ୍ୟରେ ଦୁଇ ଆଦିବାସୀ ମହିଳାଙ୍କୁ ଉଲ୍ଲଗ୍ନ କରି ରାସ୍ତାରେ ବୁଲାଯିବା ଓ ତା’ର ଭିଡ଼ିଓ ସାମାଜିକ ଗଣମାଧ୍ୟମରେ ସେୟାର କରାଯିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। କେବଳ ସେତିକି ନୁହେ ଏଇ ନୃଶଂସ ରାକ୍ଷସ ଉଭୟ ମହିଳାଙ୍କୁ ଉଠାଇ ନେଇ ଏକ ପଡ଼ିଆରେ ଗଣଦୁଷ୍କର୍ମ କରିବା ପରେ ସେମାନଙ୍କୁ ଉଲ୍ଲଗ୍ନ କରି ରାସ୍ତା ଉପରେ ଚଳାଇ ଚଳାଇ ନେଉଛନ୍ତି। ଏହି ଭିଡିଓ ଭାଇରଲ ହେବ ପରେ ଭାଇରାଲ ହେବାପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଦବେଗ ପ୍ରକାଶ କରିଛନ୍ତି।

ଏନେଇ ପ୍ରଧାନମନ୍ତ୍ରୀ କହିଛନ୍ତି , ଯାହା ଘଟିଛି, ତାକୁ କୌଣସି ସଭ୍ୟ ସମାଜ ଗ୍ରହଣ କରିବେନି । ଯାହା ଘଟିଛି, ସମଗ୍ର ଘଟଣାରେ ୧୪୦ କୋଟି ଭାରତୀୟଙ୍କ ଇଜ୍ଜତ ଯାଇଛି। ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ କହିଛନ୍ତି, ଯେ ଯାହା ଘଟିଲା ମୋତେ ଗଭୀର ଆଘାତ ଦେଇଛି । କୌଣସି ବି ଅଭିଯୁକ୍ତଙ୍କୁ ଛଡ଼ାଯିବନି । ମଣିପୁର ଘଟଣା ଅତ୍ୟନ୍ତ ଲଜ୍ଜାଜନକ । ମାଆ ଓ ଭଉଣୀଙ୍କ ସୁରକ୍ଷା ପାଇଁ ସବୁ ବ୍ୟବସ୍ଥା କରିବୁ । ସବୁ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଆଇନଶୃଙ୍ଖଳା ମଜଭୁତ କରନ୍ତୁ । ରାଜନୀତିରୁ ଊର୍ଦ୍ଧ୍ବରେ ରହି ନାରୀଙ୍କ ସମ୍ମାନ ପ୍ରତି ଗୁରୁତ୍ବ ଦିଅନ୍ତୁ ।

 

Related posts

ଗିରଫ ହେଲା ମୁଖ୍ୟମନ୍ତ୍ରୀଙ୍କୁ ଧମକ ଦେଇଥିବା ଯୁବକ

mahabharatanews

ଜଷ୍ଟିସ ସୂର୍ଯ୍ୟକାନ୍ତ ସୋମବାର ଦିନ ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିବେ

mahabharatanews

ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ଲାଲଡୁହୋମା

mahabharatanews