ଓଡିଶା

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି; ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ 

(ପୁରୀ) :  ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଯୋଗୁଁ ପ୍ରଶାସନ ପକ୍ଷରୁ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଛି । ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଗୁପ୍ତନୀତି ଖସାପଡ଼ା ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି ।

ପ୍ରଶାସନର ସୂଚନା ଅନୁସାରେ, ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଯୋଗୁଁ ସାଧାରଣ ଭକ୍ତଙ୍କ ଦର୍ଶନ ଉପରେ ରୋକ ଲଗାଯାଇଛି ।ଖସାପଡ଼ା ନୀତି କ’ଣ ଏହା ଶ୍ରୀଜିଉଙ୍କର ଏକ ଗୁପ୍ତ ନୀତି । ଏଥିପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ଶୁଦ୍ଧସୁଆର ଖଳି, କଇଁଥ, ଅଠା ଯୋଗାଇଥାନ୍ତି । ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାରା ବନ୍ଦ କରାଯାଏ । ବେହେରଣ ଦ୍ୱାରା ଦେଇ ଦିଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି । ଏହି ସମୟରେ ଧଳାକନା, ଖଳି ଏବଂ କଇଁଥ ଅଠାର ବ୍ୟବହାର କରି ମହପ୍ରଭୁଙ୍କ ଶ୍ରୀଅଙ୍ଗରକୁ ସାଜାଇଥାଏ ।

Related posts

ପୂର୍ବତଟ ରେଳବାଇର ଟିଟିଆଇଙଙ୍କୁ କରୋନା

mahabharatanews

ଗୁରୁ ଦିବସ ଊପଲକ୍ଷେ ଡ଼ଃ.ଅଚ୍ୟୁତ ସାମନ୍ତଙ୍କ ପାଇଁ ଆର୍ଟିକିଲ ଲେଖିଲେ ଛାତ୍ର

mahabharatanews

 ସ୍କୁଲରେ ଗପ ଶୁଣିବେ ଛାତ୍ରଛାତ୍ରୀ

mahabharatanews