(ଭୁବନେଶ୍ୱର) ; ରାଜ୍ୟରେ ଆଗକୁ ଆସୁଛି ବଡ଼ ବର୍ଷା । ଆସନ୍ତା ଦୁଇ ଦିନ ଧରି ପ୍ରବଳ ଛେଚିବ । କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ । ଆଉ ଯାହା ପରେ ଘନୀଭୂତ ହୋଇ ଆଜି ଅର୍ଥାତ ୨୬ ଜୁଲାଇ ବେଳକୁ ଚଳିତ ମୌସୁମୀ ଋତୁର ପ୍ରଥମ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଆସନ୍ତା ୨୬ ଓ ୨୭ ଦୁଇନ ଦିନ ଧରି ସାରା ରାଜ୍ୟ ପ୍ରବଳ ବର୍ଷା ହେବ ।
ସୂଚନାନୁଯାୟୀ , ଆସନ୍ତା ୩ ଦିନ ପାଇଁ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକ ପାଇଁ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ନେଇ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହାର ପାଶ୍ବବର୍ତ୍ତୀ ୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ। ଏହି ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ ଓ ମୟୂରଭଞ୍ଜ । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।