ଓଡିଶା

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

(ପୁରୀ) : ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଗୁରୁବାର ନୁହେଁ, ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଆଜି ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି କରିବାକୁ ଦତ୍ତମହାପାତ୍ର ନିଯୋଗକୁ ପୁଣି ଥରେ ନର୍ଦ୍ଦେଶ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ଏହାର ଅବମାନନା କଲେ କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାସହ ବିକଳ୍ପ ବ୍ୟବସ୍ଥା ଆପଣାଇବାକୁ ଶ୍ରୀମନ୍ଦିର ପ୍ରଶାସନ ବାଧ୍ୟ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ସୂଚନାନୁଯାୟୀ ,  ତେବେ ଏହା ପୂର୍ବରୁ ଆସନ୍ତା ଗୁରୁବାର ବନକଲାଗି କରାଯିବ ବୋଲି ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ମଦନମୋହନ ଦତ୍ତ ସୂଚନା ଦେଇଥିଲେ। ବନକଲାଗି ନୀତି କ’ଣ ଜାଣନ୍ତୁ: ଏହି ନୀତି ପାଇଁ ଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ। ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

Related posts

ସାଇକେଲରେ ଜଗଦଲପୁରରୁ ଝାରଖଣ୍ଡକୁ ଯାତ୍ରା

mahabharatanews

ପୁରୀରେ ତିନି ଧରି ହେବ ଭାରତୀୟ ମଜଦୂର ସଂଘ ର ୨୯ ତମ ତ୍ରୈବାର୍ଷିକ ଅଧିବେଶନ

mahabharatanews

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଦିତୀୟ ଦିନରେ ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ବାଲୁକାଶିଳ୍ପୀ

mahabharatanews