ଓଡିଶା

ମାଟ୍ରିକ ପରୀକ୍ଷା ତାରିଖ ଘୋଷଣା କଲା ବୋର୍ଡ

(ଭୁବନେଶ୍ୱର) :  ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଏଣିକି ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ୨୦୨୩-୨୪ ଶିିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ ।ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ, ଅତିକମ୍‌ରେ ୧୨ ଦିନ ଚାଲିବ।

ସୂଚନାନୁଯାୟୀ , ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ହେବ। ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା ହେବ ।ଏହା ପୂର୍ବରୁ ସିବିଏସଇ ୨୦୨୩-୨୪ ଶିିକ୍ଷାବର୍ଷର ଦଶମ ଓ ଦ୍ୱାଦଶ ପରୀକ୍ଷା ତାରିଖ ଘୋଷଣା କରିଥିଲା । ସେହିପରି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ୨୦୨୪ ଫେବୃଆରୀ ୧୫ରୁ ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ବା ସିବିଏସଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି ।

Related posts

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

mahabharatanews

ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି

mahabharatanews

ବ୍ରିଜ ଉପରୁ ଓଲଟିଲା ଟ୍ରକ ଆହତଙ୍କୁ ଉଦ୍ଧାର ନକରି ଲୋକେ ଗୋଟାଇଲେ ମାଛ

mahabharatanews