ଓଡିଶା

୨ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା , ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଆସନ୍ତା ୨ ଦିନ ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ। ୩୧ରୁ ୨ ତାରିଖ ଯାଏ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୩୧ ତାରିଖ ଦିନ ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ‌ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହିସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

 

 ପାଣିପାଗ କେନ୍ଦ୍ରର ସୂଚନା ମୁତାବକ , ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧ ତାରିଖ ଦିନ ମଧ୍ୟ ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ରହୁଥିବାରୁ ୟେ‌ଲୋ ୱାଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Related posts

ରାଜ୍ୟରେ ୨୪ ଘଣ୍ଟାରେ ୧୬୯୫ କରୋନା ପଜିଟିଭ୍ ଚିହ୍ନଟ

mahabharatanews

ପକ୍ଷାଘାତ ରୋଗୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି, ବାଧକ

mahabharatanews

ଧରାପଡିଲେ ନକଲି ମାଟ୍ରିକ ପରୀକ୍ଷାର୍ଥୀ

mahabharatanews