ଓଡିଶା

ପ୍ରବଳ ବର୍ଷା : ୭ଜିଲ୍ଲାକୁ  ଅରେଞ୍ଜ ୱାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) :  ଆଜି ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର-ବଙ୍ଗୋପସାଗରେର ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ମିଳିଛି ।

ସୂଚନାନୁଯାୟୀ , ରାଜ୍ୟରେ ଆସନ୍ତା ୨ ତାରିଖରୁ ରାଜ୍ୟରେ ବସ୍ତୃତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ୩୧ ତାରିଖ ଦିନ ଢେଙ୍ଗାନାଳ, ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏହି ସମସ୍ତ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, କନ୍ଧମାଳ ଏବଂ କଳାହାଣ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି କିଛି କିଛି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ସୂଚନା ରହିଛି ।

Related posts

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ନିର୍ମାଣ ଶ୍ରମିକ ସେବା ସପ୍ତାହ ପାଳିତ

mahabharatanews

ନିଅଣ୍ଟିଆ ମୌସୁମୀ ବର୍ଷା : ଚିନ୍ତାରେ ଚାଷୀ

mahabharatanews

ରାଜ୍ୟରେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧୦୮ ବିହ୍ନଟ

mahabharatanews