(ଭୁବନେଶ୍ୱର) : ବର୍ଷାରେ ବରଷିବ ସାରା ରାଜ୍ୟ। ଏହାରି ଭିତରେ ଆଜି ପୂର୍ବାହ୍ନ ଯାଏଁ ୧୦ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇ ସତର୍କ ରହିବାକୁ ନିର୍ଦ୍ଦେଶ ରହିଛି ।
ସୂଚନାନୁଯାୟୀ , ବର୍ଷା ଆହୁରି ୧୨ ଘଣ୍ଟା ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର ଓ ସମ୍ବଲପୁରର ଅଧିକାଂଶ ସ୍ଥାନରେ ଆଜି ୨ଶହ ମିମିରୁ ଅଧିକ ପରିମାଣର ବର୍ଷା ହୋଇପାରେ।
